ପଞ୍ଚକ ପୂର୍ଣ୍ଣିମା ଅବସରରେ ଶୁଭପଲ୍ଲବ ଇ-ପତ୍ରିକାର ୪୪ତମ ସଂସ୍କରଣ ଉନ୍ମୋଚିତ - ନୂଆ ଖବର | Nua Khabara | ସମ୍ପୂର୍ଣ୍ଣ ଓଡ଼ିଆରେ ଖବର | Odia News

Send your News to us trough E-Mail: nuaakhabar@gmail.com

ବ୍ରେକିଙ୍ଗ୍ ନ୍ୟୁଜ୍

Home Top Ad

Place Ads Here

Post Top Ad

Tuesday, 8 November 2022

ପଞ୍ଚକ ପୂର୍ଣ୍ଣିମା ଅବସରରେ ଶୁଭପଲ୍ଲବ ଇ-ପତ୍ରିକାର ୪୪ତମ ସଂସ୍କରଣ ଉନ୍ମୋଚିତ

Sangram Keshari Senapati with the 44th Edition of Shubhapallaba

ଭଦ୍ରକ (୮ ନଭେମ୍ବର ୨୦୨୨): ଓଡ଼ିଆ ଇ-ପତ୍ରିକା ଶୁଭପଲ୍ଲବର ୪୪ତମ ସଂସ୍କରଣ କାର୍ତ୍ତିକ ପୂର୍ଣ୍ଣିମା ତଥା ପଞ୍ଚକ ଅବସରରେ ଉନ୍ମୋଚିତ ହୋଇଯାଇଛି । ସମୁଦାୟ ୧୯ ଗୋଟି ଆଲେଖ୍ୟକୁ ନେଇ ପ୍ରକାଶ ପାଇଥିବା ଏହି ସଂସ୍କରଣଟିର କଭର୍ ଫଟୋ ଡିଜାଇନ୍ କରିଛନ୍ତି ସୁଦୂର ହାଇଦ୍ରାବାଦରେ ରହୁଥିବା ଓଡ଼ିଆ ଗ୍ରାଫିକ୍ ଡିଜାଇନର୍ ସମ୍ବିତ ଦାସ ଏବଂ ପତ୍ରିକାର ସମ୍ପାଦନା ଓ ଅଂଳକରଣ କାର୍ଯ୍ୟ ତୁଲାଇଛନ୍ତି ପ୍ରତିଷ୍ଠାତା ସଂଗ୍ରାମ କେଶରୀ ସେନାପତି ।

Shubhapallaba 44th Edition

ଏହି ପତ୍ରିକାଟି ଶୁଭପଲ୍ଲବର ଓଡ଼ିଆ ୱେବ୍‌ସାଇଟ୍ shubhapallaba.in, ଶୁଭପଲ୍ଲବ ଷ୍ଟୋର୍ ସମେତ ମାଗଣାରେ ପଢ଼ିବା ପାଇଁ ବିଶ୍ୱସ୍ତରୀୟ ରିଡିଂ ୱେବ୍‌ସାଇଟ୍ ଗୁଗୁଲ୍ ବୁକ୍ସ୍, ଇସୁ ଓ ମ୍ୟାଗ୍‌ଷ୍ଟାର୍‌ରେ ଉପଲବ୍ଧ ହେଉଛି । ୨୦୧୮ ମସିହାରେ ସ୍ଥାପିତ ଏହି ଇ-ପତ୍ରିକାଟି ୨୦୧୯ ମସିହାରୁ ମାସିକ ପତ୍ରିକା ଭାବରେ ପ୍ରତ୍ୟେକ ମାସର ୧ ତାରିଖରେ ପ୍ରକାଶ ପାଉଛି ।

Post Bottom Ad