ବଜ୍ରାଘାତରେ ୬୯ ଜଣଙ୍କର ମୃତ୍ୟୁ - ନୂଆ ଖବର | Nua Khabara | ସମ୍ପୂର୍ଣ୍ଣ ଓଡ଼ିଆରେ ଖବର | Odia News

Send your News to us trough E-Mail: nuaakhabar@gmail.com

ବ୍ରେକିଙ୍ଗ୍ ନ୍ୟୁଜ୍

Home Top Ad

Place Ads Here

Post Top Ad

Saturday, 17 August 2024

ବଜ୍ରାଘାତରେ ୬୯ ଜଣଙ୍କର ମୃତ୍ୟୁ

9 people due to thunder storm in Odisha

ବ୍ୟୁରୋ (୧୭ ଅଗଷ୍ଟ ୨୦୨୪): ଆଜି ରାଜ୍ୟର ୬ଟି ଜିଲ୍ଲାରେ ବଜ୍ରପାତ ଘଟି ୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି ।


ମୟୂରଭଞ୍ଜ, ବାଲେଶ୍ଵର ଓ ଭଦ୍ରକ ଜିଲ୍ଲାରେ ୨ ଜଣ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ କେନ୍ଦୁଝର, ଢେଙ୍କାନାଳ ଓ ଗଞ୍ଜାମ ଜିଲ୍ଲାରେ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି ।


ବଜ୍ରପାତ ଯୋଗୁଁ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଆହତମାନଙ୍କ ଆଶୁଆରୋଗ୍ୟ କାମନା କରିବା ସହିତ ସେମାନଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।


Post Bottom Ad