ଭୁବନେଶ୍ୱର (୨୦ ଅଗଷ୍ଟ ୨୦୨୪): ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ସମସ୍ତ ବିଭାଗୀୟ ସଚିବମାନଙ୍କୁ ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରି ଯୋଜନା ଖର୍ଚ୍ଚ ବୃଦ୍ଧି କରିବା ସହିତ ଅଭିବୃଦ୍ଧି ତ୍ୱରାନ୍ୱିତ କରିବାକୁ ପରାମର୍ଶ ଦେଇଛନ୍ତି ।
ବୈଠକରେ ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀଯୁକ୍ତ ଶାଶ୍ୱତ ମିଶ୍ର ଅପ୍ରେଲ-ଜୁଲାଇ ଅବଧିର ୨୦୨୩-୨୪ ଓ ୨୦୨୪-୨୫ ପାଇଁ ଏକ ତୁଳନାତ୍ମକ ଆୟ ବ୍ୟୟର ହିସାବ ଉପସ୍ଥାପନ କରିଥିଲେ ।
ଚଳିତ ଆର୍ଥିକ ବର୍ଷର ଅପ୍ରେଲ-ଜୁଲାଇ ଅବଧି ମଧ୍ୟରେ ସମୁଦାୟ ଆୟର ପରିମାଣ ୫୭,୦୮୫ କୋଟି ଟଙ୍କା ଥିବାବେଳେ ଗତ ବର୍ଷ ଏହି ଅବଧି ମଧ୍ୟରେ ଆୟର ପରିମାଣ ୫୧,୨୩୪ କୋଟି ଟଙ୍କା ଥିଲା ।